କାର୍ମିକ, ସାଧାରଣ ଅଭିଯୋଗ ଓ ପେନସନ ମନ୍ତ୍ରଣାଳୟ
azadi ka amrit mahotsav

ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ କଟକ ଶାଖା ଠାରେ ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ ଶିବିର


ଶିବିରରେ ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ କଲେ ୧୦୦ରୁ ଅଧିକ ପେନସନଭୋଗୀ

Posted On: 19 NOV 2022 8:44PM by PIB Bhubaneshwar

ଭାରତ ସରକାରଙ୍କ ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ ପକ୍ଷରୁ ସାରା ଦେଶରେ ଜୀବନ ପ୍ରମାଣ ଆପ୍‌ ଜରିଆରେ ପେନସନଭୋଗୀଙ୍କ ପାଇଁ ଫେସ ଅଥେଣ୍ଟିକେସନ ପ୍ରଯୁକ୍ତି ମାଧ୍ୟମରେ ଏକ ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ ଶିବିର ଅନୁଷ୍ଠିତ ହେଉଛି ଏହି କ୍ରମରେ ଭୁବନେଶ୍ବର ପ୍ରଶାସନିକ କାର୍ଯ୍ୟାଳୟ ମାର୍ଗଦର୍ଶନରେ କଟକସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ଏକ ଜୀବନ ପ୍ରମାଣପତ୍ର ଦାଖଲ ଶିବିର ଅନୁଷ୍ଠିତ ହୋଇଥିଲା ।

 

ଏହି କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ ଅନୁ ସଚିବ ଶ୍ରୀ ବିଶାଲ କୁମାର, ଏଏସଓ ଶ୍ରୀ ଅଂଶୁଲ ଶର୍ମା, ୟୁଆଇଡିଏଆଇର ଉପନିର୍ଦ୍ଦେଶକ ଶ୍ରୀ ଟି. ଚୈତନ୍ୟ ରେଡ୍ଡୀ ପ୍ରମୁଖ ଯୋଗ ଦେଇଥିଲେ।

ଜୀବନ ପ୍ରମାଣନ ଆପ୍‌ ଜରିଆରେ ଫେସ ଅଥେଣ୍ଟିକେସନ ଟେକ୍ନୋଲୋଜି ମାଧ୍ୟମରେ ପେନସନଭୋଗୀମାନଙ୍କୁ ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ କରିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ଏହି ନୂଆ ପ୍ରୟାସ ଆରମ୍ଭ କରାଯାଇଛି । କଟକସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କର ଏଜିଏମ ସନ୍ତୋଷ କୁମାର ବେହେରା ନୋଡାଲ ଅଧିକାରୀ ଭାବେ ଶିବିର ସୁପରିଚାଳନା କରିଥିଲେ ।

********

P.S.


(Release ID: 1877370) Visitor Counter : 125
Read this release in: English